ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି​​​​​​​ ପ୍ରକାଶ |

ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି​​​​​​​ ପ୍ରକାଶ ପାଇଲା । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ଯାଞ୍ଚ।ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ।ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ, ଅପରାହ୍ଣରେ ହେବ ଭୋଟ୍ ଗଣତି ।

ସେପଟେ ରାଜ୍ୟସଭା ରେସ୍‌ରେ ଥିବା ଚେହେରାଙ୍କୁ ନେଇ ଏପଟେ ଚର୍ଚ୍ଚା ଜୋର୍, ସେପଟେ ୩ ପ୍ରମୁଖ ଦଳକୁ ଘାରିଛି ବିଭାଜନ ଭୟ । ଅନ୍ତର୍କନ୍ଦଳରେ ଘାରି ହେଉଥିବା ବିଜେଡି ଓ କଂଗ୍ରେସ ହୁଅନ୍ତୁ ଅବା ତୃଣମୂଳରେ ସଂଗଠନ ସଜାଡ଼ି ପାରୁନଥିବା ବିଜେପି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ୩ଟି ଯାକ ଦଳ ନିଜର ପ୍ରାର୍ଥୀ ନିଷ୍ପତ୍ତିକୁ ନେଇ ହାତେ ମାପି ଚାଖଣ୍ଡେ ଚାଲୁଛନ୍ତି ।

Leave a Reply

Your email address will not be published. Required fields are marked *

error: Content is protected !!